Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 9

ଯୋହନ 9:21-38

Help us?
Click on verse(s) to share them!
21କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହିଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ ।
22ତାହାର ପିତାମାତା ଯିହୂଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୂଦୀମାନେ ଏକମତ ହୋଇଥିଲେ ।
23ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ ।
24ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ୱରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ ।
25ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି ।
26ତେଣୁ ସେମାନେ ତାକୁ କହିଲେ, ସେ ତୋତେ କ'ଣ କଲା ? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା ?
27ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି ? ଆପଣମାନେ ମଧ୍ୟ କ'ଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି ?
28ସେଥିରେ ସେମାନେ ତାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ ।
29ଆମ୍ଭେମାନେ ଜାଣୁ ଯେ, ଈଶ୍ୱର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ ।
30ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା ।
31ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି ।
32କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା ।
33ଏ ଈଶ୍ୱରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ ।
34ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ ? ସେଥିରେ ସେମାନେ ତାକୁ ବାହାର କରିଦେଲେ ।
35ସେମାନେ ଯେ ତାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତା'ର ଦେଖା ପାଇ କହିଲେ, ତୁମ୍ଭେ କ'ଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ ?
36ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିବି ?
37ଯୀଶୁ ତାକୁ କହିଲେ, ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି ।
38ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା ।

Read ଯୋହନ 9ଯୋହନ 9
Compare ଯୋହନ 9:21-38ଯୋହନ 9:21-38