Text copied!
Bibles in Odia

ଯୋହନ 9:26-32 in Odia

Help us?

ଯୋହନ 9:26-32 in ଓଡିଆ ବାଇବେଲ

26 ତେଣୁ ସେମାନେ ତାକୁ କହିଲେ, ସେ ତୋତେ କ'ଣ କଲା ? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା ?
27 ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି ? ଆପଣମାନେ ମଧ୍ୟ କ'ଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି ?
28 ସେଥିରେ ସେମାନେ ତାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ ।
29 ଆମ୍ଭେମାନେ ଜାଣୁ ଯେ, ଈଶ୍ୱର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ ।
30 ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା ।
31 ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି ।
32 କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା ।
ଯୋହନ 9 in ଓଡିଆ ବାଇବେଲ