Text copied!
CopyCompare
ଓଡିଆ ବାଇବେଲ - ଯୋହନ - ଯୋହନ 9

ଯୋହନ 9:33-40

Help us?
Click on verse(s) to share them!
33ଏ ଈଶ୍ୱରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ ।
34ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ ? ସେଥିରେ ସେମାନେ ତାକୁ ବାହାର କରିଦେଲେ ।
35ସେମାନେ ଯେ ତାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତା'ର ଦେଖା ପାଇ କହିଲେ, ତୁମ୍ଭେ କ'ଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ ?
36ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିବି ?
37ଯୀଶୁ ତାକୁ କହିଲେ, ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି ।
38ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା ।
39ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି ।
40ଫାରୂଶୀମାନଙ୍କ ମଧ୍ୟରୁ ଯେଉଁମାନେ ତାହାଙ୍କ ସାଙ୍ଗରେ ଥିଲେ, ସେମାନେ ଏହା ଶୁଣି ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ କ'ଣ ଅନ୍ଧ ?

Read ଯୋହନ 9ଯୋହନ 9
Compare ଯୋହନ 9:33-40ଯୋହନ 9:33-40