Text copied!
Bibles in Odia

ଯୋହନ 9:9-20 in Odia

Help us?

ଯୋହନ 9:9-20 in ଓଡିଆ ବାଇବେଲ

9 କେହି କେହି କହିଲେ, ଏ ସେ; ଆଉ କେହି କେହି କହିଲେ, ନା, ଏ ତାହା ପରି । ସେ କହିଲା, ମୁଁ ସେହି ।
10 ସେଥିରେ ସେମାନେ ତାହାକୁ କହିଲେ, ତାହାହେଲେ ତୋର ଆଖି କିପରି ଫିଟିଗଲା ?
11 ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶିଲୋହକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି ।
12 ସେମାନେ ତାହାକୁ ପଚାରିଲେ, ସେ କାହିଁ ? ସେ କହିଲା, ମୁଁ ଜାଣେ ନାହିଁ ।
13 ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ ।
14 ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର ।
15 ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ । ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି ।
16 ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ୱରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ । ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟ କର୍ମସବୁ କରି ପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା ।
17 ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତା' ବିଷୟରେ କ'ଣ କହୁଛୁ ? ସେ କହିଲା, ସେ ଜଣେ ଭାବବାଦୀ ।
18 ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ ଯିହୂଦୀମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ ।
19 ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କ'ଣ ତୁମ୍ଭମାନଙ୍କର ସେହି ପୁଅ ? ତାହାହେଲେ ସେ କିପରି ଏବେ ଦେଖୁଅଛି ?
20 ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ;
ଯୋହନ 9 in ଓଡିଆ ବାଇବେଲ