Text copied!
Bibles in Odia

ରୋମୀୟ 11:22-30 in Odia

Help us?

ରୋମୀୟ 11:22-30 in ଓଡିଆ ବାଇବେଲ

22 ଅତଏବ, ଈଶ୍ୱରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ୱରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ ।
23 ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ୱର ସମର୍ଥ ଅଟନ୍ତି ।
24 କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତ-ବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତ ବୃକ୍ଷରେ କଲମ କରାଯିବେ !
25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
26 ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, "ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ ।"
27 ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ ।
28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଈଶ୍ୱରଙ୍କ ପ୍ରିୟପାତ୍ର ।
29 କାରଣ, ଈଶ୍ୱରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ ।
30 ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ୱରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,
ରୋମୀୟ 11 in ଓଡିଆ ବାଇବେଲ