Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 11

ରୋମୀୟ 11:23-34

Help us?
Click on verse(s) to share them!
23ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ୱର ସମର୍ଥ ଅଟନ୍ତି ।
24କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତ-ବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତ ବୃକ୍ଷରେ କଲମ କରାଯିବେ !
25କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍‍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
26ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, "ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ ।"
27ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ ।
28ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଈଶ୍ୱରଙ୍କ ପ୍ରିୟପାତ୍ର ।
29କାରଣ, ଈଶ୍ୱରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ ।
30ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ୱରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,
31ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି ।
32କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ୱର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି ।
33ଆହା ! ଈଶ୍ୱରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !
34କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି ? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି ?

Read ରୋମୀୟ 11ରୋମୀୟ 11
Compare ରୋମୀୟ 11:23-34ରୋମୀୟ 11:23-34