Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 12

ରୋମୀୟ 12:3-13

Help us?
Click on verse(s) to share them!
3କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।
4କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ ପ୍ରକାର ନୁହେଁ,
5ସେହିପରି ଅନେକ ଯେ ଆମ୍ଭେମାନେ, ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ ।
6ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
7କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
8ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
9ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;
13ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ ।

Read ରୋମୀୟ 12ରୋମୀୟ 12
Compare ରୋମୀୟ 12:3-13ରୋମୀୟ 12:3-13