Text copied!
Bibles in Odia

ରୋମୀୟ 12:3-13 in Odia

Help us?

ରୋମୀୟ 12:3-13 in ଓଡିଆ ବାଇବେଲ

3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର ।
4 କାରଣ ଯେପରି ଏକ ଶରୀରରେ ଆମ୍ଭମାନଙ୍କର ଅନେକ ଅଙ୍ଗପ୍ରତ୍ୟଙ୍ଗ ଅଛି, କିନ୍ତୁ ସମସ୍ତ ଅଙ୍ଗପ୍ରତ୍ୟଙ୍ଗର କାର୍ଯ୍ୟ ଏକ ପ୍ରକାର ନୁହେଁ,
5 ସେହିପରି ଅନେକ ଯେ ଆମ୍ଭେମାନେ, ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ ।
6 ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
7 କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
8 ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
9 ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10 ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11 ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12 ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;
13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ ।
ରୋମୀୟ 12 in ଓଡିଆ ବାଇବେଲ