Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 12

ରୋମୀୟ 12:7-17

Help us?
Click on verse(s) to share them!
7କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ;
8ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।
9ପ୍ରେମ ନିଷ୍କପଟ ହେଉ । ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
10ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର;
11ଉଦ୍‍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର;
12ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ର ଭାବରେ ନିବିଷ୍ଟ ଥାଅ;
13ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ ।
14ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ ।
15ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର ।
16ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ । ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ ।
17ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;

Read ରୋମୀୟ 12ରୋମୀୟ 12
Compare ରୋମୀୟ 12:7-17ରୋମୀୟ 12:7-17