Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 14

ରୋମୀୟ 14:2-10

Help us?
Click on verse(s) to share them!
2ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ ।
3ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ୱର ତାକୁ ଗ୍ରହଣ କରିଅଛନ୍ତି ।
4ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି ।
5ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ । ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ ।
6ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ ।
7କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ ।
8ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ । ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ ।
9କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ ।
10କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ ? ଆମ୍ଭେମାନେ ସମସ୍ତେ ତ ଈଶ୍ୱରଙ୍କ ବିଚାରାସନ ଛାମୁରେ ଠିଆ ହେବା ।

Read ରୋମୀୟ 14ରୋମୀୟ 14
Compare ରୋମୀୟ 14:2-10ରୋମୀୟ 14:2-10