Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 14

ରୋମୀୟ 14:8-19

Help us?
Click on verse(s) to share them!
8ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ । ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ ।
9କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ ।
10କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ ? ଆମ୍ଭେମାନେ ସମସ୍ତେ ତ ଈଶ୍ୱରଙ୍କ ବିଚାରାସନ ଛାମୁରେ ଠିଆ ହେବା ।
11ଯେଣୁ ଲେଖା ଅଛି, "ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ୱରଙ୍କ ପ୍ରଶଂସା କରିବ ।"
12ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ୱରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ ।
13ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର ।
14ମୁଁ ଜାଣେ ଓ ପ୍ରଭୁ ଯୀଶୁଙ୍କଠାରେ ନିଶ୍ଚୟ ଜ୍ଞାନ କରେ ଯେ, କୌଣସି ବିଷୟ ନିଜେ ଅଶୁଚି ନୁହେଁ, କିନ୍ତୁ ଯେଉଁ ଜଣ କୌଣସି ପଦାର୍ଥକୁ ଅଶୁଚି ବୋଲି ଜ୍ଞାନ କରେ, କେବଳ ତାହାରି ପ୍ରତି ତାହା ଅଶୁଚି ।
15କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ । ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ ।
16ଏଣୁ ତୁମ୍ଭମାନଙ୍କର ଉତ୍ତମ ବିଷୟ ନିନ୍ଦିତ ନ ହେଉ;
17କାରଣ ଈଶ୍ୱରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ ।
18ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ ।
19ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ ।

Read ରୋମୀୟ 14ରୋମୀୟ 14
Compare ରୋମୀୟ 14:8-19ରୋମୀୟ 14:8-19