Text copied!
Bibles in Odia

ରୋମୀୟ 15:26-31 in Odia

Help us?

ରୋମୀୟ 15:26-31 in ଓଡିଆ ବାଇବେଲ

26 କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି ।
27 ହଁ, ସେମାନେ ଏହା ଭଲ ମଣିଅଛନ୍ତି ସତ, ହେଲେ ସେମାନେ ସେମାନଙ୍କ ନିକଟରେ ଋଣୀ ମଧ୍ୟ ଅଟନ୍ତି; କାରଣ ଯଦି ଅଣଯିହୂଦୀମାନେ ସେମାନଙ୍କ ଆତ୍ମିକ ବିଷୟର ସହଭାଗୀ ହୋଇଅଛନ୍ତି, ତେବେ ସେମାନେ ସାଂସାରିକ ବିଷୟରେ ମଧ୍ୟ ସେମାନଙ୍କର ସେବା କରିବା ନିମନ୍ତେ ଋଣୀ ।
28 ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି ।
29 ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।
30 ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋ' ନିମନ୍ତେ ଈଶ୍ୱରଙ୍କ ନିକଟରେ ମୋ' ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
31 ଯେପରି ମୁଁ ଯିହୂଦା ପ୍ରଦେଶରେ ଅନାଜ୍ଞାବହ ଲୋକମାନଙ୍କଠାରୁ ଉଦ୍ଧାର ପାଏ, ଆଉ ଯିରୂଶାଲମ ନିମନ୍ତେ ମୋହର ଯେଉଁ ସେବା, ତାହା ଯେପରି ସାଧୁମାନଙ୍କ ନିକଟରେ ସୁଗ୍ରାହ୍ୟ ହୁଏ,
ରୋମୀୟ 15 in ଓଡିଆ ବାଇବେଲ