Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 15

ରୋମୀୟ 15:5-20

Help us?
Click on verse(s) to share them!
5ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
6ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ୱରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର ।
7ଅତଏବ ଈଶ୍ୱରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର ।
8କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ୱରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
9ପୁଣି, ଯେପରି ଅଣଯିହୂଦୀମାନେ ଈଶ୍ୱରଙ୍କ ଦୟା ନିମନ୍ତେ ତାହାଙ୍କର ଗୌରବ କରନ୍ତି; ଯେପରି ଲେଖା ଅଛି, "ଏଥିପାଇଁ ମୁଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରିବି, ଆଉ ତୁମ୍ଭ ନାମର କୀର୍ତ୍ତନ କରିବି ।"
10ପୁନଶ୍ଚ ସେ କହନ୍ତି, ହେ ଅଣଯିହୂଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର ।
11ପୁନଶ୍ଚ, "ହେ ଅଣଯିହୂଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ ।"
12ପୁନର୍ବାର ଯିଶାଇୟ କହନ୍ତି, "ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ ।''
13ସେହି ଭରସାର ଈଶ୍ୱର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର ।
14ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି ।
15ତଥାପି ମୋତେ ଈଶ୍ୱରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି ।
16କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।
17ଏଣୁ ଈଶ୍ୱରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି ।
18କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍‍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ ।
19ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
20ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥି ନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;

Read ରୋମୀୟ 15ରୋମୀୟ 15
Compare ରୋମୀୟ 15:5-20ରୋମୀୟ 15:5-20