Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 16

ରୋମୀୟ 16:1-14

Help us?
Click on verse(s) to share them!
1କେଙ୍କ୍ରେୟାସ୍ଥ ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଗ୍ନୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,
2ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋ' ନିଜର ଉପକାର କରିଅଛନ୍ତି ।
3ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;
4ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ମଣ୍ଡଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
5ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ । ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳ ସ୍ୱରୂପ ।
6ମରିୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ ।
7ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି ।
8ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ ।
9ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ ।
10ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ । ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ ।
11ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ । ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ ।
12ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ । ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି ।
13ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋର ମାତା ସ୍ୱରୂପ ।
14ଅସୁଙ୍କ୍ରିତ, ଫ୍ଳେଗୋନ୍‍, ହର୍ମୀସ୍‍, ପାତ୍ରବା, ହର୍ମୀସ୍‍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ ।

Read ରୋମୀୟ 16ରୋମୀୟ 16
Compare ରୋମୀୟ 16:1-14ରୋମୀୟ 16:1-14