Text copied!
Bibles in Odia

ରୋମୀୟ 16:1-14 in Odia

Help us?

ରୋମୀୟ 16:1-14 in ଓଡିଆ ବାଇବେଲ

1 କେଙ୍କ୍ରେୟାସ୍ଥ ମଣ୍ଡଳୀର ସେବିକା ଆମ୍ଭମାନଙ୍କ ଭଗ୍ନୀ ଫୈବୀଙ୍କ ସପକ୍ଷରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି,
2 ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋ' ନିଜର ଉପକାର କରିଅଛନ୍ତି ।
3 ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;
4 ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ମଣ୍ଡଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
5 ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ । ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳ ସ୍ୱରୂପ ।
6 ମରିୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ ।
7 ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି ।
8 ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ ।
9 ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ ।
10 ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ । ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ ।
11 ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ । ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ ।
12 ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ । ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି ।
13 ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋର ମାତା ସ୍ୱରୂପ ।
14 ଅସୁଙ୍କ୍ରିତ, ଫ୍ଳେଗୋନ୍‍, ହର୍ମୀସ୍‍, ପାତ୍ରବା, ହର୍ମୀସ୍‍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ ।
ରୋମୀୟ 16 in ଓଡିଆ ବାଇବେଲ