Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 16

ରୋମୀୟ 16:17-25

Help us?
Click on verse(s) to share them!
17ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
18କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।
19ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା ।
20ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ । ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
21ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
22ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି ।
23ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
24ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍‍ ।
25ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,

Read ରୋମୀୟ 16ରୋମୀୟ 16
Compare ରୋମୀୟ 16:17-25ରୋମୀୟ 16:17-25