21ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
22ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି ।
23ମୋହର ଓ ସମସ୍ତ ମଣ୍ଡଳୀର ଆତିଥ୍ୟକାରୀ ଗାୟ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଏହି ନଗରର କୋଷାଧ୍ୟକ୍ଷ ଏରାଷ୍ଟ ଓ ଭାଇ କ୍ୱାର୍ତ୍ତ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
24ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ । ଆମେନ୍ ।
25ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
26ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ୱରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,
27ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଈଶ୍ୱରଙ୍କ ଗୌରବ ହେଉ । ଆମେନ୍ ।