3ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ମୋହର ସହକର୍ମୀ ପ୍ରୀସ୍କା ଓ ଆକ୍ୱିଲାଙ୍କୁ ନମସ୍କାର ଜଣାଅ;
4ସେମାନେ ମୋହର ପ୍ରାଣ ନିମନ୍ତେ ଆପଣା ଆପଣା ପ୍ରାଣକୁ ବିପଦଗ୍ରସ୍ତ କଲେ; କେବଳ ମୁଁ ଯେ ସେମାନଙ୍କୁ ଧନ୍ୟବାଦ ଦେଉଅଛି, ତାହା ନୁହେଁ, କିନ୍ତୁ ଅଣଯିହୂଦୀମାନଙ୍କ ମଣ୍ଡଳୀସମୂହ ମଧ୍ୟ ସେମାନଙ୍କୁ ଧନ୍ୟବାଦ ଦେଉଅଛନ୍ତି;
5ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ । ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳ ସ୍ୱରୂପ ।
6ମରିୟମଙ୍କୁ ନମସ୍କାର ଜଣାଅ, ସେ ତୁମ୍ଭମାନଙ୍କ ନିମନ୍ତେ ବହୁ ପରିଶ୍ରମ କରିଥିଲେ ।
7ମୋହର ସ୍ୱଜାତୀୟ ଓ ସହବନ୍ଦୀ ଆନ୍ଦ୍ରନିକ ଓ ଯୂନିୟାଙ୍କୁ ନମସ୍କାର ଜଣାଅ; ସେମାନେ ପ୍ରେରିତମାନଙ୍କ ମଧ୍ୟରେ ବିଖ୍ୟାତ ଓ ମୋହର ପୂର୍ବରେ ସୁଦ୍ଧା ଖ୍ରୀଷ୍ଟଙ୍କ ଆଶ୍ରିତ ହୋଇଅଛନ୍ତି ।
8ପ୍ରଭୁଙ୍କଠାରେ ମୋହର ପ୍ରିୟ ଆମ୍ପ୍ଳିୟାତାଙ୍କୁ ନମସ୍କାର ଜଣାଅ ।
9ଖ୍ରୀଷ୍ଟଙ୍କ ସେବାରେ ଆମ୍ଭମାନଙ୍କ ସହକର୍ମୀ ଉର୍ବାଣଙ୍କୁ ଓ ମୋହର ପ୍ରିୟ ସ୍ତାଖୁଙ୍କୁ ନମସ୍କାର ଜଣାଅ ।
10ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ । ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ ।
11ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ । ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ ।
12ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ । ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି ।
13ପ୍ରଭୁଙ୍କ ମନୋନୀତ ରୂଫଙ୍କୁ ଓ ତାଙ୍କର ମାତାଙ୍କୁ ନମସ୍କାର ଜଣାଅ, ସେ ମଧ୍ୟ ମୋର ମାତା ସ୍ୱରୂପ ।
14ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା, ହର୍ମୀସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ ।
15ଫିଲଲଗ ଓ ଯୂଲିଅ, ନୀରୂସ୍ ଓ ତାଙ୍କ ଭଗ୍ନୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ ।
16ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର । ଖ୍ରୀଷ୍ଟଙ୍କ ସମସ୍ତ ମଣ୍ଡଳୀ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
17ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
18କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।
19ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା ।
20ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ । ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
21ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
22ଏହି ପତ୍ର ଲେଖକ ଯେ ମୁଁ ତର୍ତ୍ତୀୟ, ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛି ।