Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 1

ରୋମୀୟ 1:10-22

Help us?
Click on verse(s) to share them!
10ଏଥି ନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ୱରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି ।
11ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇ ପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,
12ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ ।
13ହେ ଭାଇମାନେ, ଅବଶିଷ୍ଟ ଅଣଯିହୂଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
14ଗ୍ରୀକ୍‍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ ।
15ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ ।
16କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।
17ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' ।
18କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
19ଯେଣୁ ଈଶ୍ୱରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି ।
20ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।
21କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
22ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,

Read ରୋମୀୟ 1ରୋମୀୟ 1
Compare ରୋମୀୟ 1:10-22ରୋମୀୟ 1:10-22