16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
17 ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' ।
18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
19 ଯେଣୁ ଈଶ୍ୱରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି ।
20 ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।
21 କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
22 ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,
23 ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ ।
24 ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ ।
25 କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍ ।
26 ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,