Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 1

ରୋମୀୟ 1:16-28

Help us?
Click on verse(s) to share them!
16କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।
17ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' ।
18କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
19ଯେଣୁ ଈଶ୍ୱରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି ।
20ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ୱରତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ ।
21କାରଣ ସେମାନେ ଈଶ୍ୱରଙ୍କୁ ଜାଣି ତାହାଙ୍କୁ ଈଶ୍ୱର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;
22ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ,
23ପୁଣି, ଅକ୍ଷୟ ଈଶ୍ୱରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ ।
24ଏଣୁ ଈଶ୍ୱର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ ।
25କାରଣ ସେମାନେ ଈଶ୍ୱରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ । ଆମେନ୍‍ ।
26ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,
27ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ ।
28ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।

Read ରୋମୀୟ 1ରୋମୀୟ 1
Compare ରୋମୀୟ 1:16-28ରୋମୀୟ 1:16-28