Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 2

ରୋମୀୟ 2:19-27

Help us?
Click on verse(s) to share them!
19ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
20ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂଶୋଧକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ୱାସ କରୁଅଛ,
21ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କ'ଣ ଆପଣାକୁ ଶିକ୍ଷା ଦେଉ ନାହଁ ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ ?
22ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ ? ପ୍ରତିମା ଘୃଣା କରୁଅଛ ଯେ ତୁମ୍ଭେ, ତୁମ୍ଭେ କ'ଣ ମନ୍ଦିର ଲୁଣ୍ଠନ କରୁଅଛ ?
23ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ୱରଙ୍କୁ ଅନାଦର କରୁ ନାହଁ ?
24କାରଣ ଯେପରି ଲେଖା ଅଛି, "ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱରଙ୍କ ନାମ ନିନ୍ଦିତ ହେଉଅଛି ।''
25ଯଦି ତୁମ୍ଭେ ମୋଶାଙ୍କ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ ଲାଭଜନକ, କିନ୍ତୁ ଯଦି ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ ଅସୁନ୍ନତରେ ପରିଣତ ହୁଏ ।
26ଅତଏବ, ଯଦି ଅସୁନ୍ନତ ଲୋକ ମୋଶାଙ୍କ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କ'ଣ ସୁନ୍ନତ ବୋଲି ଗଣିତ ହେବ ନାହିଁ ?
27ପୁଣି, ସ୍ୱାଭାବିକ ଅସୁନ୍ନତି ଲୋକ ଯଦି ମୋଶାଙ୍କ ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ମୋଶାଙ୍କ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ ।

Read ରୋମୀୟ 2ରୋମୀୟ 2
Compare ରୋମୀୟ 2:19-27ରୋମୀୟ 2:19-27