Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 2

ରୋମୀୟ 2:2-10

Help us?
Click on verse(s) to share them!
2ଆଉ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ୱରଙ୍କ ବିଚାର ଯେ ନ୍ୟାୟସଙ୍ଗତ, ଏହା ଆମ୍ଭେମାନେ ଜାଣୁ ।
3ଆଉ, ହେ ମନୁଷ୍ୟ, ଯେଉଁମାନେ ଏହି ପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହି ପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ୱରଙ୍କ ବିଚାରରୁ ପଳାୟନ କରି ପାର ବୋଲି କ'ଣ ମନେ କରୁଅଛ ?
4କିମ୍ବା ଈଶ୍ୱରଙ୍କ କୃପା ଯେ ତୁମ୍ଭକୁ ମନ ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ ?
5କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ୱରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
6ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
7ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
8କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।
9ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
10ମାତ୍ର ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ ।

Read ରୋମୀୟ 2ରୋମୀୟ 2
Compare ରୋମୀୟ 2:2-10ରୋମୀୟ 2:2-10