Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 2

ରୋମୀୟ 2:8-16

Help us?
Click on verse(s) to share them!
8କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।
9ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
10ମାତ୍ର ପ୍ରଥମରେ ଯିହୂଦୀ ଓ ମଧ୍ୟ ଗ୍ରୀକ୍‍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ ।
11କାରଣ ଈଶ୍ୱରଙ୍କ ନିକଟରେ ମୁଖାପେକ୍ଷା ନାହିଁ ।
12ଯେଣୁ ଯେତେ ମୋଶାଙ୍କ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
13କାରଣ ମୋଶାଙ୍କ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ନୁହଁନ୍ତି, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ ।
14ଯେଣୁ ଅଣଯିହୂଦୀମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ୱାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ୱରୂପ ଅଟନ୍ତି;
15କାରଣ ସେମାନେ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;
16ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ ।

Read ରୋମୀୟ 2ରୋମୀୟ 2
Compare ରୋମୀୟ 2:8-16ରୋମୀୟ 2:8-16