Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 3

ରୋମୀୟ 3:1-8

Help us?
Click on verse(s) to share them!
1ତେବେ ଯିହୂଦୀ ଲୋକର ବିଶେଷ କ'ଣ ? ସୁନ୍ନତର ବା ଉପକାର କ'ଣ ? ସବୁ ପ୍ରକାରେ ବହୁତ ।
2ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା ।
3ତେବେ କ'ଣ ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ୱସ୍ତତା କ'ଣ ଈଶ୍ୱରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ ?
4ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।''
5କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି ।
6ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ୱର କିପରି ଜଗତର ବିଚାର କରିବେ ?
7କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ୱରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି ?
8ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା ? ଏମାନଙ୍କର ଦଣ୍ଡ ଯଥାର୍ଥ ।

Read ରୋମୀୟ 3ରୋମୀୟ 3
Compare ରୋମୀୟ 3:1-8ରୋମୀୟ 3:1-8