23ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ୱରଙ୍କ ଗୌରବରହିତ ହୋଇଅଛନ୍ତି,
24ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି ।
25ଈଶ୍ୱର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ, ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି,
26ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି ।
27ତେବେ ଗର୍ବ କେଉଁଠାରେ ? ତାହା ଦୂରୀକୃତ ହେଲା । କେଉଁ ପ୍ରକାର ବ୍ୟବସ୍ଥା ଦ୍ୱାରା ? କ୍ରିୟାକର୍ମ ଦ୍ୱାରା ? ନୁହେଁ, କିନ୍ତୁ ବିଶ୍ୱାସର ବ୍ୟବସ୍ଥା ଦ୍ୱାରା ।
28ତେବେ ଆମ୍ଭମାନଙ୍କ ମୀମାଂସା ଏହି, ମନୁଷ୍ୟ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ବ୍ୟତୀତ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହୁଏ।