7କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ୱରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି ?
8ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା ? ଏମାନଙ୍କର ଦଣ୍ଡ ଯଥାର୍ଥ ।
9ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
10ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
11ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ୱରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;
12ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ ।
13ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,
14ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ;
15ସେମାନଙ୍କ ପାଦ ରକ୍ତପାତ କରିବାକୁ ଦ୍ରୁତଗାମୀ,
16ସେମାନଙ୍କ ପଥରେ ବିନାଶ ଓ କ୍ଳେଶ,
17ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ ।
18ଈଶ୍ୱରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ ।
19ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ;
20କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ ।
21କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ୱରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି,
22ଅର୍ଥାତ୍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,