Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 3

ରୋମୀୟ 3:9-19

Help us?
Click on verse(s) to share them!
9ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,
10ଯେପରି ଲେଖା ଅଛି, ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ,
11ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ୱରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ;
12ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ ।
13ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,
14ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ;
15ସେମାନଙ୍କ ପାଦ ରକ୍ତପାତ କରିବାକୁ ଦ୍ରୁତଗାମୀ,
16ସେମାନଙ୍କ ପଥରେ ବିନାଶ ଓ କ୍ଳେଶ,
17ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ ।
18ଈଶ୍ୱରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ ।
19ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ;

Read ରୋମୀୟ 3ରୋମୀୟ 3
Compare ରୋମୀୟ 3:9-19ରୋମୀୟ 3:9-19