Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 4

ରୋମୀୟ 4:15-20

Help us?
Click on verse(s) to share them!
15କାରଣ ମୋଶାଙ୍କ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ମୋଶାଙ୍କ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ ।
16ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
17ଯେଉଁ ଈଶ୍ୱରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ୱରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖା ଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ ।
18"ଏହିପରି ତୁମ୍ଭର ବଂଶ ହେବ," ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ ।
19ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,
20ବରଂ ଈଶ୍ୱରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ,

Read ରୋମୀୟ 4ରୋମୀୟ 4
Compare ରୋମୀୟ 4:15-20ରୋମୀୟ 4:15-20