Text copied!
Bibles in Odia

ରୋମୀୟ 4:15-24 in Odia

Help us?

ରୋମୀୟ 4:15-24 in ଓଡିଆ ବାଇବେଲ

15 କାରଣ ମୋଶାଙ୍କ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ମୋଶାଙ୍କ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ ।
16 ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ମୋଶାଙ୍କ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ;
17 ଯେଉଁ ଈଶ୍ୱରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ୱରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖା ଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ ।
18 "ଏହିପରି ତୁମ୍ଭର ବଂଶ ହେବ," ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ ।
19 ତାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ,
20 ବରଂ ଈଶ୍ୱରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ,
21 କିନ୍ତୁ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ ।
22 ଏଥିପାଇଁ ମଧ୍ୟ ଏହା ତାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା
23 ତାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ,
24 ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;
ରୋମୀୟ 4 in ଓଡିଆ ବାଇବେଲ