Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 5

ରୋମୀୟ 5:3-11

Help us?
Click on verse(s) to share them!
3କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,
4ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ ।
5ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ପ୍ରେମ ପ୍ରବାହିତ ହୋଇଅଛି ।
6କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ।
7ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରି ପାରେ ।
8କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।
9ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ କ୍ରୋଧରୁ ରକ୍ଷା ପାଇବା ।
10କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ୱରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ।
11ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ |

Read ରୋମୀୟ 5ରୋମୀୟ 5
Compare ରୋମୀୟ 5:3-11ରୋମୀୟ 5:3-11