Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 5

ରୋମୀୟ 5:4-17

Help us?
Click on verse(s) to share them!
4ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ ।
5ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ପ୍ରେମ ପ୍ରବାହିତ ହୋଇଅଛି ।
6କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ।
7ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରି ପାରେ ।
8କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି ।
9ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ୱରଙ୍କ କ୍ରୋଧରୁ ରକ୍ଷା ପାଇବା ।
10କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ୱରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା ।
11ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ |
12ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ ।
13କାରଣ ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ମୋଶାଙ୍କ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ;
14ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ ।
15କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ୱରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍‍ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା।
16ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା
17ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍‍ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ ।

Read ରୋମୀୟ 5ରୋମୀୟ 5
Compare ରୋମୀୟ 5:4-17ରୋମୀୟ 5:4-17