12ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ;
13କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର ।
14କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।
15ତେବେ କ'ଣ ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା ? ତାହା କେବେ ହେଁ ନ ହେଉ ।
16ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ ?
17କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ,
18ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ ।