Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 6

ରୋମୀୟ 6:4-15

Help us?
Click on verse(s) to share them!
4ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତ୍ୟୁମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ;
5କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା ।
6ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି,
7ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି ।
8କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ ।
9ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ ।
10କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି ।
11ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର ।
12ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ;
13କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର ।
14କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ ।
15ତେବେ କ'ଣ ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା ? ତାହା କେବେ ହେଁ ନ ହେଉ ।

Read ରୋମୀୟ 6ରୋମୀୟ 6
Compare ରୋମୀୟ 6:4-15ରୋମୀୟ 6:4-15