16କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୋଶାଙ୍କ ବ୍ୟବସ୍ଥା ଯେ ଉତ୍ତମ, ତାହା ମୁଁ ସ୍ୱୀକାର କରେ ।
17ଏଣୁ ମୁଁ ଆଉ ତାହା କରୁ ନାହିଁ, କିନ୍ତୁ ମୋ'ଠାରେ ବାସ କରୁଥିବା ପାପ ତାହା କରୁଅଛି ।
18କାରଣ ମୋ'ଠାରେ, ଅର୍ଥାତ୍, ମୋ' ଶରୀରରେ ଯେକୌଣସି ଉତ୍ତମ ବିଷୟ ବାସ କରେ ନାହିଁ, ଏହା ମୁଁ ଜାଣେ, ଯେଣୁ ମୁଁ ଇଚ୍ଛା କରି ପାରୁଅଛି, କିନ୍ତୁ ଯାହା ଉତ୍ତମ, ତାହା କରିବା ନିମନ୍ତେ ମୋହର ସାମର୍ଥ୍ୟ ନାହିଁ ।
19କାରଣ ଯେଉଁ ଉତ୍ତମ କର୍ମ କରିବାକୁ ମୁଁ ଇଚ୍ଛା କରେ, ତାହା କରେ ନାହିଁ, କିନ୍ତୁ ଯେଉଁ ମନ୍ଦ କର୍ମ କରିବାକୁ ମୁଁ ଇଚ୍ଛା କରେ ନାହିଁ, ତାହା କରେ ।
20କିନ୍ତୁ ଯାହା ମୁଁ ଇଚ୍ଛା କରେ ନାହିଁ, ତାହା ଯଦି କରେ, ତେବେ ମୁଁ ନିଜେ ତାହା ଆଉ କରେ ନାହିଁ, ମାତ୍ର ମୋ'ଠାରେ ବାସ କରୁଥିବା ପାପ ତାହା କରେ ।
21ଅତଏବ, ଉତ୍ତମ କର୍ମ କରିବାକୁ ଇଚ୍ଛୁକ ଯେ ମୁଁ, ମୋ' ନିକଟରେ ଯେ ମନ୍ଦ ଉପସ୍ଥିତ, ଏହି ମୋଶାଙ୍କ ବ୍ୟବସ୍ଥା ମୁଁ ଦେଖୁଅଛି ।
22କାରଣ ଆନ୍ତରିକ ପୁରୁଷର ଭାବାନୁସାରେ ମୁଁ ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାରେ ଆନନ୍ଦ କରେ,
23କିନ୍ତୁ ମୁଁ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଗୋଟିଏ ଭିନ୍ନ ମୋଶାଙ୍କ ବ୍ୟବସ୍ଥା ଦେଖେ, ତାହା ମୋହର ମନର ମୋଶାଙ୍କ ବ୍ୟବସ୍ଥା ବିପକ୍ଷରେ ଯୁଦ୍ଧ କରେ, ଆଉ ମୋହର ଅଙ୍ଗପ୍ରତ୍ୟଙ୍ଗରେ ଯେଉଁ ପାପର ମୋଶାଙ୍କ ବ୍ୟବସ୍ଥା ଅଛି, ମୋତେ ସେଥିର ବନ୍ଦୀ କରିଦିଏ ।
24ହାୟ, ଦୁର୍ଭାଗ୍ୟ ମନୁଷ୍ୟ ଯେ ମୁଁ, ମୋତେ ଏହି ମୃତ୍ୟୁର ଶରୀରରୁ କିଏ ଉଦ୍ଧାର କରିବ ?