Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 7

ରୋମୀୟ 7:4-7

Help us?
Click on verse(s) to share them!
4ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ୱରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ ।
5କାରଣ ଯେତେବେଳେ ଆମ୍ଭେମାନେ ଶରୀରର ବଶରେ ଥିଲୁ, ସେତେବେଳେ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପାଭିଳାଷଗୁଡ଼ାକ ଆମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ମୃତ୍ୟୁ ନିମନ୍ତେ ଫଳ ଉତ୍ପନ୍ନ କରିବାକୁ କାର୍ଯ୍ୟ ସାଧନ କରୁଥିଲା,
6କିନ୍ତୁ ଯଦ୍ୱାରା ଆମ୍ଭେମାନେ ଆବଦ୍ଧ ଥିଲୁ, ସେଥିପ୍ରତି ମୃତ ହୋଇ ଆମ୍ଭେମାନେ ଏବେ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ ହୋଇଅଛୁ; ଏଣୁ ଆମ୍ଭେମାନେ ଆକ୍ଷରିକ ପୁରାତନ ଭାବରେ ଦାସ୍ୟକର୍ମ ନ କରି ଆତ୍ମାର ନୂତନ ଭାବରେ ଦାସ୍ୟକର୍ମ କରୁଅଛୁ ।
7ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ । ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି ।

Read ରୋମୀୟ 7ରୋମୀୟ 7
Compare ରୋମୀୟ 7:4-7ରୋମୀୟ 7:4-7