Text copied!
CopyCompare
ଓଡିଆ ବାଇବେଲ - ରୋମୀୟ - ରୋମୀୟ 7

ରୋମୀୟ 7:8-14

Help us?
Click on verse(s) to share them!
8କିନ୍ତୁ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋ'ଠାରେ ସବୁପ୍ରକାର ଲୋଭ ଜନ୍ମାଇଲା; କାରଣ ମୋଶାଙ୍କ ବ୍ୟବସ୍ଥା ବିନା ପାପ ମୃତ ।
9ଆଉ, ମୁଁ ଏକ ସମୟରେ ମୋଶାଙ୍କ ବ୍ୟବସ୍ଥା ବିନା ଜୀବିତ ଥିଲି, କିନ୍ତୁ ଆଜ୍ଞା ଆସନ୍ତେ ପାପ ଜୀବିତ ହେଲା, ପୁଣି, ମୁଁ ମୃତ ହେଲି;
10ସେଥିରେ ଜୀବନଦାୟକ ଯେଉଁ ଆଜ୍ଞା, ତାହା ମୋ' ପକ୍ଷରେ ମୃତ୍ୟୁଦାୟକ ବୋଲି ଜଣାଗଲା ।
11କାରଣ ପାପ ସୁଯୋଗ ପାଇ ଆଜ୍ଞା ଦ୍ୱାରା ମୋତେ ପ୍ରତାରଣା କଲା, ପୁଣି, ତାହା ଦ୍ୱାରା ମୋତେ ବଧ କଲା ।
12ଅତଏବ, ମୋଶାଙ୍କ ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ ।
13ତେବେ, ଯାହା ଉତ୍ତମ, ତାହା କି ମୋ' ପକ୍ଷରେ ମୃତ୍ୟୁଦାୟକ ହେଲା ? ତାହା କେବେ ହେଁ ନ ହେଉ । କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋ' ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ ।
14ଯେଣୁ, ମୋଶାଙ୍କ ବ୍ୟବସ୍ଥା ଯେ ଆତ୍ମିକ, ଏହା ଆମ୍ଭେମାନେ ଜାଣୁ; କିନ୍ତୁ ମୁଁ ଶାରୀରିକ, ପାପର କ୍ରୀତଦାସ ।

Read ରୋମୀୟ 7ରୋମୀୟ 7
Compare ରୋମୀୟ 7:8-14ରୋମୀୟ 7:8-14