Text copied!
Bibles in Odia

ଲୂକ 10:25-34 in Odia

Help us?

ଲୂକ 10:25-34 in ଓଡିଆ ବାଇବେଲ

25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
26 ସେଥିରେ ଯୀଶୁ ତାହାଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ କ'ଣ ଲେଖା ଅଛି ? ତୁମ୍ଭେ କିପରି ପାଠ କରୁଅଛ ?
27 ସେ ଉତ୍ତର ଦେଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର; ପୁଣି, ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।
28 ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ ଠିକ୍ ଉତ୍ତର ଦେଲ; ଏହା କର, ତାହାହେଲେ ତୁମ୍ଭେ ଜୀବନ ପାଇବ ।
29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ ?
30 ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ, ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା । ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ ।
31 ଘଟଣା ପରେପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ, ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ ।
32 ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ ।
33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ,
34 ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତେଲ ଓ ଦ୍ରାକ୍ଷାରସ ଢ଼ାଳି ସେହି ସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ ।
ଲୂକ 10 in ଓଡିଆ ବାଇବେଲ