Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 11

ଲୂକ 11:7-13

Help us?
Click on verse(s) to share them!
7ଆଉ ସେ ଭିତରୁ ଏପରି ଉତ୍ତର ଦେବ, ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋର ପିଲାମାନେ ମୋ’ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ ?
8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ ।
9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ ।
10କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ ।
11ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ ?
12କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ ?
13ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ !

Read ଲୂକ 11ଲୂକ 11
Compare ଲୂକ 11:7-13ଲୂକ 11:7-13