Text copied!
Bibles in Odia

ଲୂକ 12:28-47 in Odia

Help us?

ଲୂକ 12:28-47 in ଓଡିଆ ବାଇବେଲ

28 କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ !
29 ପୁଣି, କ'ଣ ଖାଇବ ଓ କ'ଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ,
30 କାରଣ ଜଗତର ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି; କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି ।
31 ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।
32 ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ ।
33 ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,
34 କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ ।
35 ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ;
36 ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରିଆସି ଦ୍ୱାରରେ ମାରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ ।
37 ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ ।
38 ଆଉ ସେ ଯଦି ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ ।
39 କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ ।
40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ ।
41 ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି ?
42 ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?
43 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ ।
44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ ।
45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
46 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ ।
47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
ଲୂକ 12 in ଓଡିଆ ବାଇବେଲ