Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 12

ଲୂକ 12:48-57

Help us?
Click on verse(s) to share them!
48ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ । ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ ।
49ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି, ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି, ତାହାହେଲେ ମୋହର ଆଉ କ'ଣ ବାଞ୍ଛା ?
50ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି ।
51ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କ'ଣ ତୁମ୍ଭେମାନେ ମନେ କରୁଅଛ ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି ।
52କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ ।
53ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ ।
54ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ;
55ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ ।
56ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ ?
57ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ?

Read ଲୂକ 12ଲୂକ 12
Compare ଲୂକ 12:48-57ଲୂକ 12:48-57