Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 12

ଲୂକ 12:53-59

Help us?
Click on verse(s) to share them!
53ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ ।
54ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ;
55ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ ।
56ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ ?
57ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ?
58କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ ।
59ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ ।

Read ଲୂକ 12ଲୂକ 12
Compare ଲୂକ 12:53-59ଲୂକ 12:53-59