Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 13

ଲୂକ 13:27-32

Help us?
Click on verse(s) to share them!
27ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋ’ ପାଖରୁ ଦୂର ହୁଅ ।
28ଯେତେବେଳେ ତୁମ୍ଭେମାନେ ଅବ୍ରାହାମ, ଇସ୍‌ହାକ, ଯାକୁବ ପୁଣି, ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ ।
29ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ ।
30ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ ।
31ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି ।
32ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି ।

Read ଲୂକ 13ଲୂକ 13
Compare ଲୂକ 13:27-32ଲୂକ 13:27-32