Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 13

ଲୂକ 13:8-17

Help us?
Click on verse(s) to share them!
8ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
9ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ ।
10ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ ।
11ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା ।
12ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।
13ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା ।
14କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ମୁଖିଆ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହି ସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ ।
15କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କ'ଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ ?
16ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କ'ଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା ?
17ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ ।

Read ଲୂକ 13ଲୂକ 13
Compare ଲୂକ 13:8-17ଲୂକ 13:8-17