Text copied!
Bibles in Odia

ଲୂକ 14:9-16 in Odia

Help us?

ଲୂକ 14:9-16 in ଓଡିଆ ବାଇବେଲ

9 ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ଏହାଙ୍କୁ ସ୍ଥାନ ଦିଅ; ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ ।
10 କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ; ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ ।
11 କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
12 ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ, ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ ।
13 କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;
14 ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ ।
15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ୱରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ ।
16 କିନ୍ତୁ ସେ ତାହାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
ଲୂକ 14 in ଓଡିଆ ବାଇବେଲ