Text copied!
Bibles in Odia

ଲୂକ 15:1-23 in Odia

Help us?

ଲୂକ 15:1-23 in ଓଡିଆ ବାଇବେଲ

1 ଆଉ, କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ ।
2 ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ !
3 ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,
4 ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ , ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ?
5 ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
6 ପୁଣି, ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି ।
7 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।
8 ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ ?
9 ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି ।
10 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।
11 ସେ ଆହୁରି କହିଲେ, ଜଣେ ବ୍ୟକ୍ତିଙ୍କର ଦୁଇଟି ପୁଅ ଥିଲେ ।
12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ । ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ ।
13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା ।
14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା ।
15 ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା, ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ;
16 ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ଇଚ୍ଛା କରୁଥିଲା, କିନ୍ତୁ କେହି ତାହାକୁ ଦେଉ ନ ଥିଲେ ।
17 ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି ।
18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
19 ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ ।
20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା । କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ ।
21 ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ ।
22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ,
23 ପୁଣି, ମୋଟା ବାଛୁରିଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,
ଲୂକ 15 in ଓଡିଆ ବାଇବେଲ