Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 15

ଲୂକ 15:16-23

Help us?
Click on verse(s) to share them!
16ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ଇଚ୍ଛା କରୁଥିଲା, କିନ୍ତୁ କେହି ତାହାକୁ ଦେଉ ନ ଥିଲେ ।
17ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି ।
18ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
19ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ; ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ ।
20ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା । କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ ।
21ପୁତ୍ର ତାହାଙ୍କୁ କହିଲା, ବାପା, ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି, ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ ।
22କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ, ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ, ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ,
23ପୁଣି, ମୋଟା ବାଛୁରିଟି ଆଣି ମାର; ଆସ, ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ,

Read ଲୂକ 15ଲୂକ 15
Compare ଲୂକ 15:16-23ଲୂକ 15:16-23