Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 15

ଲୂକ 15:2-11

Help us?
Click on verse(s) to share them!
2ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ !
3ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ,
4ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ , ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ ?
5ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ,
6ପୁଣି, ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି ।
7ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।
8ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ ?
9ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି ।
10ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।
11ସେ ଆହୁରି କହିଲେ, ଜଣେ ବ୍ୟକ୍ତିଙ୍କର ଦୁଇଟି ପୁଅ ଥିଲେ ।

Read ଲୂକ 15ଲୂକ 15
Compare ଲୂକ 15:2-11ଲୂକ 15:2-11