Text copied!
CopyCompare
ଓଡିଆ ବାଇବେଲ - ଲୂକ - ଲୂକ 15

ଲୂକ 15:7-14

Help us?
Click on verse(s) to share them!
7ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ, ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।
8ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ, ତାହାର ଯଦି ଦଶଟି ଟଙ୍କା ଥାଏ, ଆଉ ସେଥିରୁ ଗୋଟିଏ ହଜିଯାଏ, ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ ?
9ପୁଣି, ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ, ମୋ ସାଙ୍ଗରେ ଆନନ୍ଦ କର, ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି, ତାହା ପାଇଲି ।
10ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ, ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ ।
11ସେ ଆହୁରି କହିଲେ, ଜଣେ ବ୍ୟକ୍ତିଙ୍କର ଦୁଇଟି ପୁଅ ଥିଲେ ।
12ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା, ବାପା, ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି, ତାହା ମୋତେ ଦେଇଦିଅ । ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ ।
13ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା ।
14କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା ।

Read ଲୂକ 15ଲୂକ 15
Compare ଲୂକ 15:7-14ଲୂକ 15:7-14