Text copied!
Bibles in Odia

ଲୂକ 16:15-26 in Odia

Help us?

ଲୂକ 16:15-26 in ଓଡିଆ ବାଇବେଲ

15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ ।
16 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା; ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି, ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି ।
17 କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ ।
18 ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।
19 ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା,
21 ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା; ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା; ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ ।
22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା ।
23 ଆଉ, ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ ।
24 ସେଥିରେ ସେ ଡାକି କହିଲେ, ହେ ପିତା ଅବ୍ରାହାମ, ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ, ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ, କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି ।
25 କିନ୍ତୁ ଅବ୍ରାହାମ କହିଲେ, ପୁଅରେ, ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ, ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା, ଏହା ମନେ କର; କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି, ଆଉ ତୁ କଲବଲ ହେଉଅଛୁ ।
26 ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ ।
ଲୂକ 16 in ଓଡିଆ ବାଇବେଲ